ଭୁବନେଶ୍ୱର-ଅକ୍ଷୟ ତୃତୀୟ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ “ପବିତ୍ର ଅକ୍ଷୟ ତୃତୀୟରେ ରାଜ୍ୟବାସୀ ତଥା ବିଶେଷ ଭାବରେ ଆମ ଚାଷୀ ଭାଇ ଭଉଣୀ ମାନଙ୍କୁ ଶୁଭେଚ୍ଛା ଜଣାଉଛି । କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରୀ ନିୟମ କଡା କଡି ପାଳନ କରିବା ସହ କୃଷି କାର୍ଯ୍ୟ ସମୟରେ ସାମାଜିକ ଦୂରତ୍ୱ ବଜାୟ ରଖନ୍ତୁ । ଆଶା କରୁଛି ଚଳିତ ବର୍ଷ ଚାଷୀ ଭାଇ ଭଉଣୀଙ୍କ ପାଇଁ ସମୃଦ୍ଧିର ବର୍ଷ ହେବ” ।
ଅକ୍ଷୟ ତୃତୀୟାରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ଜଣାଇଲେ ଶୁଭେଚ୍ଛା
ଭୁବନେଶ୍ୱର-ଅକ୍ଷୟ ତୃତୀୟାରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି ।
ଶ୍ରୀ ପ୍ରଧାନ ଟ୍ୱିଟ କରି କହିଛନ୍ତି ଯେ “ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୋର ସମସ୍ତ ଓଡିଆ ଚାଷୀ ଭାଇ ମାନଙ୍କୁ ଅଭିନନ୍ଦନ । ଆଜିର ଦିନରେ ଆମ ଚାଷୀ ଭାଇ ମାନେ ଅମୃତ ବେଳାରେ ଅକ୍ଷି ମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାନ୍ତି । ଓଡିଆ ଚାଷୀ ଭାଇଙ୍କ ଭଲ ଫସଲ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ ସହାୟକ ହୁଅନ୍ତୁ ଏହା ମୋର ପ୍ରାର୍ଥନା ” ।