ଭୁବନେଶ୍ୱର -କାର୍ଯ୍ୟରତ ସାମ୍ବାଦିକମାନେ ଯଦି କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରନ୍ତି ତେବେ ସେମାନଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ଘୋଷଣା କରିଛନ୍ତି ।
କରୋନା ଯୋଗୁଁ ସାରା ବିଶ୍ୱରେ ଏକ ବିରାଟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇଛି । ଏହି ପରିପ୍ରେକ୍ଷୀରେ କରୋନା ଭାଇରସ୍ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହ ଏଭଳି କଠିନ ପରିସ୍ଥିତିରେ ମଧ୍ୟ ସାମ୍ବାଦିକମାନେ ନିଷ୍ଠାର ସହିତ ସେମାନଙ୍କ ଦାୟିତ୍ୱ ନିର୍ବାହ କରି ଚାଲିଛନ୍ତି ।