
ବ୍ରହ୍ମପୁର:ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବ୍ରହ୍ମପୁର ବିଧାୟକ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆସ୍କାରୋଡ଼ ସ୍ଥିତ, କାଳୁପାତ୍ର ସାହି ରେ ବର୍ଷା କୁ ଖାତିର ନକରି ସମ୍ପୂର୍ଣ ସୁରକ୍ଷିତ ଦୂରତା ରକ୍ଷାକରି ପ୍ରାୟ 25 ରୁ ଊର୍ଦ୍ଧ୍ୱ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ, ରୋଗୀମାନେ ରକ୍ତ ଅଭାବରୁ ବିଭିନ୍ନ ସମୟରେ ମୃତ୍ୟୁମୁଖରେ ପଡୁଛନ୍ତି । ତେଣୁ ବିଜେଡି କର୍ମୀମାନେ ନିଜ ନିଜ ଅଞ୍ଚଳରେ ରକ୍ତଦାନ କରି ନିରୀହ ରୋଗୀଙ୍କ ଜୀବନ ବଞ୍ଚାଇବା ପାଇଁ ସହଯୋଗ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଦଳୀୟ କର୍ମୀମାନଙ୍କୁ ଆହ୍ୱାନ ଦେଇଥିଲେ । ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର ବିଧାୟକ ଗତ କିଛିଦିନଧରି ବିଭିନ୍ନ ସାହି ଗଳିକନ୍ଦିରେ ଅଞ୍ଚଳବାସୀଙ୍କୁ ପ୍ରବର୍ତ୍ତାଇ ଏହିଭଳି ରକ୍ତ ସଂଗ୍ରହ କରୁଥିବା ନଜିର ରହିଛି । ବ୍ରହ୍ମପୁର ବଡ ଡାକ୍ତରଖାନାର କର୍ମଚାରୀମାନେ ରକ୍ତ ସଂଗ୍ରହ କରିଥିଲେ
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO