ଭୁବନେଶ୍ୱର – ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ସୁମାତ୍ରା ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ବର୍ତମାନ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ମଧ୍ୟ-ଟ୍ରପୋସଫେରିକ୍ ସ୍ତରକୁ ବିସ୍ତାର କରିଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଂଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସାଗର ଉପରେ ଏକ ଲଘୁ ଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଧିକ । ସେହିପରି ପରବର୍ତୀ ୪୮ ଘଂଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଅପରପକ୍ଷରେ କନ୍ଧମାଳ, ଗଜପତି, ଗଂଜାମ, ଖୋର୍ଦ୍ଧା, ନୟାଗଡ ଏବଂ କଟକ ଜିଲ୍ଲା ର କିଛି ସ୍ଥାନରେ ମଙ୍ଗଳବାର ଅପରାହ୍ନ ୪.୩୦ ଟାରୁ ସନ୍ଧ୍ୟା ୭.୩୦ ଟା ମଧ୍ୟରେ ବିଜୁଳି ଘଡଘଡି ସହିତ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।