ଭୁବନେଶ୍ୱର – ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ଭାବେ ବଢିବାରେ ଲାଗିଛି । ଗଂଜାମ ଜିଲ୍ଲାରେ ୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୫୨ରେ ପହଂଚିଛି ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦ ରହିଛି । ଯାଜପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଖ୍ୟା ୮୮ ଥିବା ବେଳେ ଖୋର୍ଧା ଜିଲ୍ଲାରେ ଏହି ସଂଖ୍ୟା ୫୩ରେ ପହଂଚିଛି ।
ସେହିପରି ଭାବେ ଭଦ୍ରକରେ ୪୦ ଜଣ କରୋନା ଆକ୍ରାନ୍ତ ଚିହ୍ମଟ ହୋଇଥିବା ବେଳେ ସୁନ୍ଦରଗଡରେ ୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଜିଲ୍ଲାରେ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୁରଭଂଜ ଓ କେନ୍ଦ୍ରାପଡା ଜିଲ୍ଲାରେ ୯-୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ଜଗତସିଂହପୁର ଜିଲ୍ଲାରେ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀ, କେନ୍ଦୁଝର ଓ ବୌଦ୍ଧ ଜିଲ୍ଲାରେ ୪-୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲାରେ ବର୍ତମାନ ସୁଦ୍ଧା ତିନି ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି, ଝାରସୁଗୁଡା ଓ ବଲାଙ୍ଗୀର ଜିଲ୍ଲାରେ ୨-୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ, କୋରାପୁଟ, ଢେଙ୍କାନାଳ ଓ ଦେବଗଡରେ ଗୋଟିଏ ଲେଖାଏ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିା