ଭୁବନେଶ୍ୱର – ରାଜ୍ୟରେ ଆଉ ୮ ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କର ରିପୋର୍ଟ ନେଗେଟିଭ ଆସିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ସୁସ୍ଥ ହୋଇଥିବା ଲୋକଙ୍କ ମଧ୍ୟରୁ ଚାରି ଜଣ ଯାଜପୁର ଜିଲ୍ଲାର ହୋଇଥିବା ବେଳେ ଜଣେ ଜଣେ ଭଦ୍ରକ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର ବୋଲି ଜଣା ପଡିଛି । ଏହା ସହିତ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୬୬ରେ ପହଂଚିଛି ।