ନୂଆଦିଲ୍ଲୀ– ଦେଶରେ କରୋନା ଯୋଗୁଁ ମୃତକଙ୍କ ସଂଖ୍ୟା ୩ ହଜାର ୩୦୩କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ବୁଧବାର ସକାଳୁ ଏହି ସୂଚନା ଦିଆଯାଇଛି । ଏହି ମାରାତ୍ମକ ଭାଇରସରେ ୧ ଲକ୍ଷ ୬ ହଜାର ୭୫୯ ଜଣ ଲୋକ ଆକ୍ରାନ୍ତ ହୋଇଛନ୍ତି । ସେଥିରୁ ୬୧ ହଜାର ୧୪୯ ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ସୁସ୍ଥ ହୋଇଛନ୍ତି ୪୨ ହଜାର ୨୯୭ ଜଣ ।
ବିଗତ ୨୪ ଘଣ୍ଟା ମଧ୍ୟରେ କେବଳ ୫ ହଜାର ୬୧୧ ଜଣ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୪୦ ଜଣ ବ୍ୟକ୍ତିଙ୍କର ପ୍ରାଣହାନୀ ଘଟିଛି । ଭାରତରେ ଏହା ଗୋଟିଏ ଦିନରେ ଏହା ସର୍ବାଧିକ ଆକ୍ରାନ୍ତ ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ ୩୭ ହଜାର ୧୩୬ ଜଣ ଆକ୍ରାନ୍ତ ଅଛନ୍ତି । ସେହିପରି ୧୩୨୫ ଜଣ ଜୀବନ ହରାଇଛନ୍ତି । ଗୁଜୁରାଟରେ ୭୧୯, ମଧ୍ୟପ୍ରଦେଶରେ ୨୫୮, ଓ ପଶ୍ଚିମବଙ୍ଗରେ ୨୫୦ ଜଣ ଲୋକ ଜୀବନ ହରାଇଛନ୍ତି । ସେହିପରି ରାଜସ୍ଥାନରେ ୧୪୩, ଦିଲ୍ଲୀରେ ୧୬୮ ଓ ତାମିଲନାଡୁରେ ୮୪ ଜଣ ଜୀବନ ହାରିଛନ୍ତି ।