ଭୁବନେଶ୍ୱର– ଗଂଜାମ ଜିଲ୍ଲା ଏହି ତାଲିକାରେ ସବୁଠାରୁ ଆଗରେ ରହିଛି । ଗଂଜାମ ଜିଲ୍ଲାରେ ସବୁଠାରୁ ଅଧିକ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୨ରେ ପହଂଚିଛି । ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବର୍ତମାନ ସୁଦ୍ଧା ଯାଜପୁର ଜିଲ୍ଲାରେ ୨୨୫ , ବାଲେଶ୍ୱର ଜିଲ୍ଲାରେ ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଭଦ୍ରକ ଜିଲ୍ଲାରେ ୯୮ ଖୋର୍ଧା ଜିଲ୍ଲାରେ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲାରେ ୫୬ ଜଣ ଆକ୍ରାନ୍ତ ହୋଇଥିବା ବେଳେ କେନ୍ଦ୍ରାପଡା ଜିଲ୍ଲାରେ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରେ ୪୮ ଜଣ ଚିହ୍ନଟ ହୋଇଛନ୍ତି ।, ବୌଦ୍ଧ ଜିଲ୍ଲାରେ ୩୩ ଜଣ ଆକ୍ରାନ୍ତ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରେ ୩୦ ଜଣ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରେ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ନୟାଗଡ ଜିଲ୍ଲାରେ ୨୭ ଜଣ, ଅନୁଗୁଳ ଜିଲ୍ଲାରେ ୧୯ ଓ ମୟୁରଭଂଜ ଜିଲ୍ଲାରେ ୧୪, କଳାହାଣ୍ଡି ଜିଲ୍ଲାରେ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି କେନ୍ଦୁଝର ଜିଲ୍ଲାରେ ୧୧, ବଲାଙ୍ଗୀର ଜିଲ୍ଲାରେ୮ ଜଣ ଆକ୍ରାନ୍ତ ହୋଇଛନ୍ତି । । ସମ୍ବଲପୁର ଜିଲ୍ଲାରେ ୫ ଜଣ, ମାଲକାନଗିରି ଜିଲ୍ଲାରେ ୩ ଜଣ . କନ୍ଧମାଳ ଜିଲ୍ଲାରେ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ଝାରସୁଗୁଡା, ଢେଙ୍କାନାଳ ଦେବଗଡ ଜିଲ୍ଲାରେ ୨-୨ ଜଣ ସଂକ୍ରମିତ ହୋଇଛନ୍ତି । କୋରାପୁଟ ଜିଲ୍ଲାରେ ଜଣେ ସଂକ୍ରମିତ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହା ଯାଇଛି ।