
ଭୁବନେଶ୍ୱର – ରାଜ୍ୟରେ ୮୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯ରେ ପହଂଚିଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୭୧ ଜଣ କ୍ୱାରେଂଟାଇନ ସେଂଟରରେ ଥିଲେ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ନୂତନ ୮୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଗଂଜାମ ଜିଲ୍ଲାରୁ ୧୯ ଜଣ ରହିଛନ୍ତି । ସେହିପରି ଯାଜପୁର ଜିଲ୍ଲାରୁ ୧୪, ପୁରୀ ଜିଲ୍ଲାରୁ ୧୭ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ ଓ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।
ସେହିପରି ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ. ନୟାଗଡ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, ଝାରସୁଗୁଡାରୁ ୩ ଜଣ, ଗଜପତି ଜିଲ୍ଲାରୁ ୪ ଜଣ ଓ ନବରଂଗପୁର ଜିଲ୍ଲାରୁ ଜଣେ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।