ଭୁବନେଶ୍ୱର– ରାଜ୍ୟରେ ଗତ ୨୪ ଘଂଟାରେ କୋବିଡ-୧୯ ପାଇଁ ୫ ହଜାର ନମୁନାର ପରୀକ୍ଷଣ କରା ଯାଇଛି ବର୍ତମାନ ଯାଏ ୧୧୮୪୪୬ ନମୁନାର ପରୀକ୍ଷା କରା ଯାଇ ସରିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ କୁହା ଯାଇଛି ଯେ ବର୍ତମାନ ସୁଦ୍ଧା ରାଜ୍ୟରେ ୧୨୬୯ ଟି ମାମଲା ସାମନାକୁ ଆସିଛି । ଏଥି ମଧ୍ୟରୁ ସାତ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୩୬ ଜଣ ସୁସ୍ଥ ହୋଇ ସାରିଛନ୍ତି । ରାଜ୍ୟରେ ମୋଟ ୮୨୬ ଟି ସକ୍ରିୟ ମାମଲା ରହିଛି ।