ଭୁବନେଶ୍ୱର – ରାଜ୍ୟରେ ଆଉ ୫୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହ ମୋଟ ସୁସ୍ଥଙ୍କ ସଂଖ୍ୟା ୫୫୦କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୁସ୍ଥ ହୋଇଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୩୦ ଜଣ ରହିଥିବା ବେଳେ ଯାଜପୁର ଜିଲ୍ଲାର ୧୮ ଜଣ ,ଖୋର୍ଦ୍ଧାରୁ ୩ ଜଣ ଏବଂ କେନ୍ଦୁଝରରୁ ୨ ଜଣ ରହିଛନ୍ତି ।
ଉଲ୍ଲେଖ୍ୟଯୋଗ୍ୟ ଯେ ରବିବାର ଦିନ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି ପାଇଛି ।