ଗଞ୍ଜାମ– ଗଞ୍ଜାମ ଜିଲ୍ଲା ଛତ୍ରପୁର ରେଲୱେ ଟିକେଟ୍ କାଉଂଟର ନିକଟରେ ଆଜି ସକାଳେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା । ସ୍ଥାନୀୟ ଲୋକେ ଏ ସମ୍ପର୍କରେ ଜାଣିବା ପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ସୂଚନା ପାଇ ବ୍ରହ୍ମପୁର ଜିଆରପି ପୋଲିସ ଘଟଣାସ୍ଥଳରେ ପହଂଚି ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛି । ମୃତକଙ୍କ ଆନୁମାନିକ ବୟସ ପ୍ରାୟ ୪୦ ବର୍ଷ ହେବ । ବ୍ରହ୍ମପୁର ଜିଆରପି ପକ୍ଷରୁ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ ହୋଇଛି । ତେବେ ତାଙ୍କ ମୃତ୍ୟୁର କାରଣ ଅଦ୍ୟାବଧି ଅସ୍ପଷ୍ଟ ରହିଛି । ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି । କିପରି ଓ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ଘଟିଲା ପୋଲିସ ସେନେଇ ଛାନଭିନ୍ ଚଳାଇଛି ।
Related Stories
November 23, 2024