ଭୁବନେଶ୍ୱର – ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ସୋମବାର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭା ପ୍ରାଙ୍ଗଣରେ ଓଡ଼ିଶାର ବରପୁତ୍ର ତଥା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପ୍ରତିମୂର୍ତିରେ ପୂଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଦଳାୟୀ, ବିଧାନସଭା ଯୁଗ୍ମ ସଚିବ ଶ୍ରୀ ସରୋଜ କୁମାର ମହାନ୍ତି, ଉପସଚିବ ଶ୍ରୀ ଶିଶିରକାନ୍ତ ସ୍ୱାଇଁ, ଉପସଚିବ ଶ୍ରୀ ଡୁଙ୍ଗ ଡୁଙ୍ଗ ମଟରାଜ ଓ ମାର୍ଶାଲ ଶ୍ରୀ ଦେବାଶିଷ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସାମାଜିକ ଦୂରତା ରକ୍ଷା କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।