ଭୁବନେଶ୍ୱର– ଆଜି ପାଂଚଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୩ରେ ପହଂଚିଛି । ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବର୍ତମାନ ସୁଦ୍ଧା ଯାଜପୁର ଜିଲ୍ଲାରେ ୨୪୦ , ବାଲେଶ୍ୱର ଜିଲ୍ଲାରେ ୧୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଭଦ୍ରକ ଜିଲ୍ଲାରେ ୧୦୬, ପୁରୀ ଜିଲ୍ଲାରେ ୮୧ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରେ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କଟକ ଜିଲ୍ଲାରେ ୫୯ ଜଣ ଆକ୍ରାନ୍ତ ହୋଇଥିବା ବେଳେ କେନ୍ଦ୍ରାପଡା ଜିଲ୍ଲାରେ ୫୫ ଜଣ, ନୟାଗଡ ଜିଲ୍ଲାରେ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରେ ୪୧ ଜଣ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରେ ୩୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ବୌଦ୍ଧ ଜିଲ୍ଲାରେ ୩୩ ଜଣ ଆକ୍ରାନ୍ତ, ଦେବଗଡ ଜିଲ୍ଲାରେ ୨୪ହୋଇଛନ୍ତି । ଅନୁଗୁଳ ଜିଲ୍ଲାରେ ୨୪ ଜଣ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ୨୪ ଜଣ ଆକ୍ରାନ୍ତ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରେ ୧୯ ଜଣ ଆକ୍ରାନ୍ତ ହୋଇଛନ୍ତି ।
ମୟୁରଭଂଜ ଜିଲ୍ଲାରେ ୧୫, କଳାହାଣ୍ଡି ଜିଲ୍ଲାରେ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦୁଝର ଜିଲ୍ଲାରେ ୧୨, ଗଜପତି ଜିଲ୍ଲାରେ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରେ ୭ ଓ କନ୍ଧମାଳରେ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁର ଓ ଝାରସୁଗୁଡା ଜିଲ୍ଲାରେ ୫ -୫ ଜଣ, ଢେଙ୍କାନାଳରେ ୪ ଜଣ ଏବଂ ନୂଆପଡା, ନବରଂଗପୁର ଓ ବରଗଡରେ ଜଣେ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି ।