ଭୁବନେଶ୍ୱର– ବୁଧବାର ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହିଟ୍ ୱେଭ୍ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର । ବଲାଙ୍ଗୀର, ବରଗଡ଼, ନୂଆପଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ ଓ ମାଲକାନଗିରି ପ୍ରମୁଖ ୧୦ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାର ସମ୍ଭାବନା ର ଥିବାରୁ ଏହି ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଅ ରାଜ୍ୟର କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀ ଜନିତ ବର୍ଷା ପବନ ହେବାର ମଧ୍ୟ ସମ୍ଭାବନା ମଧ୍ୟ ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଗ୍ରୀଷ୍ମ ପ୍ରବାହ ବୋହିବାର ସମ୍ଭାବନା ଥିବା ଜିଲ୍ଲାରେ ବୃଦ୍ଧ ଓ ଶିଶୁମାନଙ୍କୁ ସକାଳ ୮ଟା ପରଠାରୁ ଦିନ ଦୁଇଟା ପର୍ଯ୍ୟନ୍ତ ଘରୁ ପଦାକୁ ନ ବାହାରିବା ପାଇଁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି । ଗତକାଲି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୫.୫ ଡିଗ୍ରି ସେଲସିୟସ ଟିଟଲାଗଡ଼ ଠାରେ ରେକର୍ଡ କରାଯାଇଥିଲା ।