ନୂଆଦିଲ୍ଲୀ– ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିନାୟକ ଦାମୋଦର ସାବରକରଙ୍କ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ଗୁରୁବାର ପ୍ରଧାନମନ୍ତ୍ରୀ ମୋଦୀ ବିନୟକ ସାବରକରଙ୍କ ଜନ୍ମ ଜୟନ୍ତା ଅବସରରେ ଟୁଇଟରେ ଟ୍ୱିଟ କରି ସ୍ୱାଧୀନତା ଆନ୍ଦୋଳନରେ ତାଙ୍କର ଅବଦାନକୁ ମନେ ପକାଇଛନ୍ତି । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ଭିଡିଓ ମଧ୍ୟ ଟ୍ୱିଟ୍ କରିଛନ୍ତି ଯେଉଁଥିରେ ସେ ସାବରକରଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରି କହିଛନ୍ତି, ‘ମୁଁ ବୀର ସାବରକର ଜନ୍ମ ବାର୍ଷିକୀ ଅବସରରେ ତାଙ୍କୁ ପ୍ରଣାମ ଜଣାଉଛି, ତାଙ୍କ ସାହସିକତା, ସ୍ୱାଧୀନତା ଆନ୍ଦୋଳନରେ ଅବଦାନ ଏବଂ ହଜାର ହଜାର ଲୋକଙ୍କୁ ଉତ୍ସାହିତ କରିବା ପାଇଁ ଆମେ ତାଙ୍କୁ ସର୍ବଦା ମନେରଖିବୁ ।’