ନୂଆଦିଲ୍ଲୀ– ଦେଶରେ ଗତ ୨୪ ଘଂଟା ମଧ୍ୟରେ କରୋନାର ୬, ୫୬୬ ନୂଆ ମାମଲା ସାମନାକୁ ଆସିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଏହି ସୂଚନା ଦିଆ ଯାଇଛି ।
ମେ ୨୮ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୧୫୮୩୩୩ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୬୭୬୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ଏହା ବ୍ୟତୀତ ବର୍ତମାନ ଯାଏ ୪୫୩୧ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।