![](https://indokalingtimes.com/wp-content/uploads/2019/09/IKT-logo-1.jpg)
ଭୁବନେଶ୍ୱର– ରାଜ୍ୟରେ ଆଉ ୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ପାଇଛି । ଏଥି ମଧ୍ୟରୁ ୬୫ ଜଣ କ୍ୱାରେଂଟାଇନ କେନ୍ଦ୍ରରୁ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଲୋକ ଆକ୍ରାନ୍ତ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଏହି ୬୭ ଜଣ ଆକ୍ରାନ୍ତ ୧୦ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁର ଓ ଖୋର୍ଧା ଜିଲ୍ଲାରୁ ୧୧-୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୭ ଜଣ ଓ ସୋନପୁର ଜିଲ୍ଲାରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀର, ଜଗତସିଂହପୁର ଓ ସମ୍ବଲପୁୁର ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିା ବରଗଡ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।