
ବ୍ରହ୍ମପୁର: କରୋନା ମହାମାରୀ ଭୁତାଣୁ ସଂକ୍ରମଣକୁ ଭୟକରି ରକ୍ତଦାତାଙ୍କ ସଂଖ୍ୟା କମିଯାଇଥିବାରୁ ବ୍ରହ୍ମପୁର ରକ୍ତ ଭଣ୍ଡାରରେ ରକ୍ତର ଅଭାବ ଦେଖାଦେଇଛି । ଫଳରେ ବହୁ ନିରୀହ ରୋଗୀ ଅନେକ ସମୟରେ ରକ୍ତ ଅଭାବରୁ ମୃତ୍ୟୁମୁଖରେ ପଡୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ଏସ୍ପି ପିନାକ ମିଶ୍ରଙ୍କ ଠାରୁ ଅନୁମତି ଆଣି ଗୁରୁବାର ବୈଦ୍ୟନାଥପୁର ଥାନା ଭାରପ୍ରାପ୍ତ ଅଧିକାରୀ ସାରଦାପ୍ରସନ୍ନ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଥାନା ପରିସରରେ ଭ୍ରାମ୍ୟମାଣ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଥାନାର ୧୦ରୁ ଊର୍ଦ୍ଧ୍ୱ କର୍ମଚାରୀଙ୍କ ସମେତ ଥାନାଧିକାରୀ ଶ୍ରୀ ଦାସ ଅଞ୍ଚଳର ବହୁ ସମାଜସେବୀ, ଶିକ୍ଷକ, ବିଦ୍ୟାର୍ଥୀ ଓ ବହୁ ସାମାଜିକ କର୍ମୀ ଯୋଗଦେଇ ରକ୍ତଦାନ କରିଥିଲେ । ୩୦ରୁ ଊର୍ଦ୍ଧ୍ୱ ରକ୍ତ ୟୁନିଟ୍ ସଂଗ୍ରହ ହୋଇଥିବା ବେଳେ ଉକ୍ତ ରକ୍ତଦାନ ଶିବିରକୁ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଅତିରିକ୍ତ ଏସ୍ପି ପ୍ରଶାନ୍ତ ମିଶ୍ର, ଟାଉନ୍ ଏସ୍ଡିପିଓ ବିଷ୍ଣୁପ୍ରସାଦ ପତି, ଗୋପାଳ ପଣ୍ଡା, ପ୍ରଶାନ୍ତ ମହାନ୍ତିଙ୍କ ସମେତ ସମସ୍ତ ଥାନାଧିକାରୀ ପ୍ରମୁଖ ଉପସ୍ଥିତରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ବ୍ରହ୍ମପୁର ରକ୍ତ ଭଣ୍ଡାରର କର୍ମଚାରୀମାନେ ରକ୍ତ ସଂଗ୍ରହରେ ସହଯୋଗ କରିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO