ନୂଆଦିଲ୍ଲୀ– କରୋନା ଭାଇରସ ଯୋଗୁ ଶୁକ୍ରବାର ୯ଟା ମଧ୍ୟରେ ମୃତକଙ୍କ ସଂଖ୍ୟା ୪ ହଜାର ୭୦୬କୁ ବୃଦ୍ଧି ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭାରତରେ କରୋନା ଭାଇରସରେ ୧ ଲକ୍ଷ ୬୫ ହଜାର ୭୯୯ ଜଣ ଲୋକ ଆକ୍ରାନ୍ତ ହୋଇଛନ୍ତି । ଏଥିରୁ ୮୯ ହଜାର ୯୮୭ ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ସୁସ୍ଥ ହୋଇଛନ୍ତି ୭୧ ହଜାର ୧୦୫ ଜଣ ।
ବିଗତ ୨୪ ଘଣ୍ଟା ମଧ୍ୟରେ କେବଳ ୭ ହଜାର ୪୬୬ ଜଣ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୭୫ ଜଣ ବ୍ୟକ୍ତିଙ୍କର ପ୍ରାଣହାନୀ ଘଟିଛି ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ ୫୯ ହଜାର ୫୪୬ ଜଣ ଆକ୍ରାନ୍ତ ହୋଇଛନ୍ତି । ସେହିପରି ୧୯୮୨ ଜଣ ଜୀବନ ହରାଇଛନ୍ତି । ଗୁଜୁରାଟରେ ୯୬୦, ମଧ୍ୟପ୍ରଦେଶରେ ୩୨୧ ଓ ପଶ୍ଚିମବଙ୍ଗରେ ୨୯୫ ଜଣ ଲୋକ ଜୀବନ ହରାଇଛନ୍ତି । ସେହିପରି ରାଜସ୍ଥାନରେ ୧୮୦, ଦିଲ୍ଲୀରେ ୩୧୬ ଓ ତାମିଲନାଡୁରେ ୧୪୫ ଜଣ ଜୀବନ ହାରିଛନ୍ତି ।