-
ବିିଭିନ୍ନ ଜିଲ୍ଲାରେ କରୋନାର ସ୍ଥିତି
ଭୁବନେଶ୍ୱର– କରୋନା ଆକ୍ରାନ୍ତ ଜିଲ୍ଲାଙ୍କ ସୂଚୀରେ ଗଂଜାମ ଜିଲ୍ଲା ସବୁଠାରୁ ଆଗରେ ରହିଛି । ଗଂଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୦୪ ରେ ପହଂଚିଛି ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବର୍ତମାନ ସୁଦ୍ଧା ଯାଜପୁର ଜିଲ୍ଲାରେ ୨୫୯ , ବାଲେଶ୍ୱର ଜିଲ୍ଲାରେ ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରେ ୧୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଭଦ୍ରକ ଜିଲ୍ଲାରେ ୧୧୩ ଜଣ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲାରେ ୯୫ ଜଣ ଆକ୍ରାନ୍ତ ହୋଇଥିବା ବେଳେ ପୁରୀ ଜିଲ୍ଲାରେ ୮୭ ଜଣ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡା ଜିଲ୍ଲାରେ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରେ ୬୯ ଜଣ, ଜଗତସିଂହପୁର ଜିଲ୍ଲାରେ ୬୬ ଜଣ ଓ ନୟାଗଡ ଜିଲ୍ଲାରେ ୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରେ ୪୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । । ବୌଦ୍ଧ ଜିଲ୍ଲାରେ ୩୩ ଜଣ ଆକ୍ରାନ୍ତ, ଚିହ୍ନଟ ହୋଇଥିବାବେଳେ ଦେବଗଡ ଜିଲ୍ଲାରେ ୨୮ ଜଣ, ଅନୁଗୁଳ ଜିଲ୍ଲାରେ ୨୫ ଜଣ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝର ଜିଲ୍ଲାରେ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରେ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ସେହିପରି ଗଜପତି ଜିଲ୍ଲାରେ ମଧ୍ୟ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ମାଲକାନଗିରି ଜିଲ୍ଲାରେ ୧୯ ଜଣ, ନୂଆପଡା ଜିଲ୍ଲାରେ ୧୮, ମୟୁରଭଂଜ ଜିଲ୍ଲାରେ ୧୭, କନ୍ଧମାଳରେ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁର ଜିଲ୍ଲାରେ ୮ କୋରାପୁଟ ଜିଲ୍ଲାରେ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡା ଜିଲ୍ଲାରେ ୭ ଓ ସୋନପୁରରେ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବରଗଡରେ ୨ ଜଣ ନବରଂଗପୁର ୨ଜଣ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି ।