-
ରବିବାର ୧୦ଜଣ କରୋନା ରୋଗୀ ଚିହ୍ନଟ, ୧୬ସୁସ୍ଥ
ବ୍ରହ୍ମପୁର: ଜିଲ୍ଲାରେ ରବିବାର ୧୦ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ବର୍ତ୍ତମାନ ଜିଲ୍ଲାରେ ୪୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୧୭ଦିନରେ ୩୩୪ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୭୭ରୋଗୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ୩ରେ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପକ୍ଷରୁ ଘୋଷଣା କରାଯାଇଛି । ତେବେ ଶନିବାର ମଧ୍ୟରାତ୍ର ଠାରୁ ଆରମ୍ଭକରି ରବିିବାର ମଧ୍ୟରାତ୍ର ପର୍ଯ୍ୟନ୍ତ ରାଜ୍ୟ ବାହାରୁ ୧୦ଟି ଟ୍ରେନ ସୁରତରୁ ୬, ମୁମ୍ବାଇରୁ ୧, ଚେନ୍ନାଇରୁ ୧, ବାଙ୍ଗାଲୋରରୁ ୧ରୁ ଗୋଟିଏ ଲେଖାଏଁ ଟ୍ରେନ୍ ଆସିଛି । ଏଥିରେ ପ୍ରାୟ ୧୩ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଗଞ୍ଜାମକୁ ଆସିଛନ୍ତି । ଏମାନଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ପରେ ଜିଲ୍ଲାର ବିଭିନ୍ନ ସଙ୍ଗରୋଧ ଗୃହକୁ ୨୧ଦିନିଆ କ୍ୱାରାଣ୍ଟାଇନ୍ରେ ରହିବାକୁ ପଠାଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ବରିଷ୍ଠ ଅଧିକାରୀ, ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ଓ ପୋଲିସ ପ୍ରଶାସନର ଏହି ପ୍ରବାସୀ ଓଡ଼ିଆଙ୍କୁ ସ୍ୱାଗତ କରିବା ସହ କରାଯାଇଥିବା ବସ୍ରେ ସଙ୍ଗରୋଧ ଗୃହକୁ ପଠାଯାଇଛି । ପ୍ରବାସୀ ଓଡ଼ିଆ ଆସିବାବେଳେ ଯେପରି ବାହାର ଲୋକ ନ ପଶନ୍ତି ସେଥିନିମନ୍ତେ ଅଞ୍ଚଳକୁ ୧୪୪ ଧାରା ଘୋଷଣା କରାଯାଇଥିଲା । ବର୍ତ୍ତମାନ ଜିଲ୍ଲାକୁ ପ୍ରାୟ ୧ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଆସିଥିବା ବେଳେ ସେମାନଙ୍କୁ ୪ହଜାରରୁ ଊର୍ଦ୍ଧ୍ୱ ଅସ୍ଥାୟୀ ମେଡିକାଲ୍ କ୍ୟାମ୍ପ ବା ସଙ୍ଗରୋଧ ଗୃହରେ ରଖାଯାଇଛି ।