ଭୁବନେଶ୍ୱର – ରାଜ୍ୟରେ ଆଉ ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ମୋଟ ୧୮ଟି ଜିଲ୍ଲାରୁ ଏହି ୧୫୬ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୪୧ ଜଣଙ୍କ ମଧ୍ୟରୁ ୧୧୦ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୩୧ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ସବୁଠାରୁ ଅଧିକ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଧା ଜିଲ୍ଲାରେ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆପଡା ଜିଲ୍ଲାରେ ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡା ଜିଲ୍ଲାରେ ୧୩ ଜଣ ଓ ଯାଜପୁର ଜିଲ୍ଲାରେ ୧୦ ଜଣ ଆକ୍ରାନ୍ତ ଚିହ୍ମଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛିା ସେହିପରି ସୁନ୍ଦରଗଡ ଜିଲ୍ଲାରୁ ୮ ଓ ବଲାଙ୍ଗିର ଜିଲ୍ଲାରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କଟକ ଜିଲ୍ଲାରୁ ୬ ଓ ପୁରୀ ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଜଗତସିଂହପୁର, ଗଜପତି ଓ କେନ୍ଦୁଝର ଜିଲ୍ଲାରୁ ୪ ଜଣ ଲେଖାଏ ସଂକ୍ରମିତ ହୋଇଛନ୍ତି । ବାଲେଶ୍ୱର, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏ ସଂକ୍ରମିତ ହୋଇଛନ୍ତି ।
ନୟାଗଡ. ମୟୁରଭଂଜ, ଅନୁଗୁଳ ଓ ସମ୍ବଲପୁୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ମଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।