ଭୁବନେଶ୍ୱର– ବିଶିଷ୍ଟ ନୃତତ୍ୱବିତ ଡ଼. ଲକ୍ଷ୍ମଣ କୁମାର ମହାପାତ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ ବିଶିଷ୍ଟ ନୃତତ୍ୱବିତ ଡ଼. ଲକ୍ଷ୍ମଣ କୁମାର ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ନୃତତ୍ୱ ଏବଂ ସମାଜବିଜ୍ଞାନ କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ବୋଲି ସେ କହିଛନ୍ତି ।