
ଭୁବନେଶ୍ୱର । ବ୍ରହ୍ମପୁରରେ ଲକଡାଉନ ନିୟମ ଉଲ୍ଲଂଘନରେ ଗତ ୨୪ ଘଂଟା ମଧ୍ୟରେ ୯୫ ଟି ବାହନରେ ଚାଲାଣ କଟା ଯାଇଥିବା ବ୍ରହ୍ମପୁର ଏସପି ସୂଚନା ଦେଇଛନ୍ତି ।
ସେହିପରି ଏହି ସମୟ ମଧ୍ୟରେ ମାସ୍କ ପିନ୍ଧି ନଥିବା ଅଭିଯୋଗରେ ୨୩୬ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଥିବା ବେଳେ ଛେପ ପକାଇବା ମାମଲାରେ ୧୮ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ସେହିପରି ୫୩ ଲିଟର ମଦ ଜବତ କରା ଯାଇଥିବା ସୂଚନା ଦିଆ ଯାଇଛି ।