ଭୁବନେଶ୍ୱର – ରାଜ୍ୟରେ ଆଉ ୯୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୯୦ ଜଣଙ୍କ ମଧ୍ୟରୁ ୭୯ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୧ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଏହି ୯୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଧା ଜିଲ୍ଲାରୁ ୨୫ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଳାହାଣ୍ଡି ଜିଲ୍ଲାରୁ ଜଣେ ଓ ଗଂଜାମ ଜିଲ୍ଲାରୁ ୨୨ ଜଣ ଓ ସମ୍ବଲପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।