ଭୁବନେଶ୍ୱର – ରାଜ୍ୟରେ ଆଉ ୧୩୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୩୦ ଜଣଙ୍କ ମଧ୍ୟରୁ ୧୨୪ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାରୁ ୂହୋଇଥିବା ଜଣା ପଡିଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ କୋରାପୁଟ ଜିଲ୍ଲାରୁ ୬ ଜଣ , ଖୋର୍ଧା ଜିଲ୍ଲାରୁ ୨୨ ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲାରୁ ଜଣେ ତଥା ଯାଜପୁର ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଜଗତସିଂହପୁର ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୭ ଜଣ ଓ ମୟୁରଭଂଜ ଜିଲ୍ଲାରୁ ୨୨ ଜଣ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି କଟକ ଜିଲ୍ଲାରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ଜଣେ, ବରଗଡରୁ ୪ ଜଣ ଓ ଢେଙ୍କାନାଳରୁ ୨ ଜଣ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିା
ବଲାଙ୍ଗୀର ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ ତଥା କନ୍ଧମାଳ ଜିଲ୍ଲାରୁ ୩ ଜଣ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି କଳାହାଣ୍ଡି ଜିଲ୍ଲାରୁ ୩ ଜଣ, ଗଂଜାମ ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ ସୋନପୁର ଜିଲ୍ଲାରୁ ଜଣେ ତଥା କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।