ଭୁବନେଶ୍ୱର – ରାଜ୍ୟରେ ଆଉ ୧୭୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୨୭୮୧କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୭୩ ଜଣଙ୍କ ମଧ୍ୟରୁ ୧୫୦ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୪ ଟି ଜିଲ୍ଲାରୁ ହୋଇଥିବା ଜଣା ପଡିଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରୁ ସବୁଠାରୁ ଅଧିକ ୬୪ଟି ମାମଲା ସାମନାକୁ ଆସିଥିବା ବେଳେ ଯାଜପୁରରୁ ୧୯ଜଣ, ଖୋର୍ଦ୍ଧାରୁ ୯ଜଣ, ଝାରସୁଗୁଡ଼ାରୁ ଜଣେ, ନୟାଗଡ଼ରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି କଟକରୁ ୧୩ଜଣ, ମୟୂରଭଞ୍ଜରୁ ୧୩ଜଣ, ଭଦ୍ରକରୁ ୪ଜଣ ସଂକ୍ରମିତ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ଅନୁରୂପ ଭାବେ କଳାହାଣ୍ଡିରୁ ୨ଜଣ, ଗଜପତିରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗିରରୁ ୧୧ଜଣ, ବାଲେଶ୍ୱରରୁ ୧୧ଜଣ, ପୁରୀରୁ ଜଣେ ଓ ନୂଆପଡ଼ାରୁ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବିଭାଗ ପକ୍ଷରୁ କୁହା ଯାଇଛି ।