
ଭୁବନେଶ୍ୱର– ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତାର ଭାବେ ବଢି ଚାଲିଛି । ବର୍ତମାନ ଏହି ସଂଖ୍ୟା ୨୯୯୪ ହୋଇଥିବା ବେଳେ ଗଂଜାମ ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ରହିଛନ୍ତି । ଗଂଜାମ ଜିଲ୍ଲାରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୧ରେ ପହଂଚିଛି ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଯାଜପୁର ଜିଲ୍ଲାରେ ୩୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଧା ଜିଲ୍ଲାରେ ୨୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଭାବେ ବାଲେଶ୍ୱର ଜିଲ୍ଲୀରେ ୧୯୦, କେନ୍ଦ୍ରାପଡା ଜିଲ୍ଲାରେ ୧୬୭ ଓ କଟକ ଜିଲ୍ଲାରେ ୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଭଦ୍ରକ ଜିଲ୍ଲାରେ ୧୫୧, ବଲାଙ୍ଗୀର ଜିଲ୍ଲାରେ ୧୨୨ ଜଣ ତଥା ପୁରୀ ଜିଲ୍ଲାରେ ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରେ ୮୯, ସୁନ୍ଦରଗଡ ଜିଲ୍ଲାରେ ୧୧ ଓ ନୟାଗଡ ଜିଲ୍ଲାରେ ୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ନୂଆପଡା ଜିଲ୍ଲାରେ ୭୨ ଜଣ, ମୟୁରଭଂଜ ଜିିଲ୍ଲାରେ ୭୬ ଜଣ ଓ ଗଜପତି ଜିଲ୍ଲାରେ ୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ବିଭାଗ ପକ୍ଷରୁ କୁହା ଯାଇଛି ଯେ ବୌଦ୍ଧ ଜିଲ୍ଲାରେ ୩୪, ଢେଙ୍କାନାଳ ଜିଲ୍ଲାରେ ୩୮ ତଥା ଦେବଗଡ ଜିଲ୍ଲାରେ ୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝର ଜିଲ୍ଲାରେ ୪୩, ଅନୁଗୁଳ ଜିଲ୍ଲାରେ ୩୩ ଓ ସୋନପୁର ଜିଲ୍ଲାରେ ୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରେ ୩୫, କଳାହାଣ୍ଡି ଜିଲ୍ଲାରେ ୨୯ ତଥା ମାଲକାନଗିରି ଜିଲ୍ଲାରେ ୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସମ୍ବଲପୁର ଜିଲ୍ଲାରେ ୧୭, ବରଗଡ ଜିଲ୍ଲାରେ ୧୬ ଓ କୋରାପୁଟ ଜିଲ୍ଲାରେ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଝାରସୁଗୁଡା ଜିଲ୍ଲାରେ ୮, ରାୟଗଡା ଜିଲ୍ଲାରେ ୩ ଓ ନବରଙ୍ଗପୁର ଜିଲ୍ଲାରେ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।