ଭୁବନେଶ୍ୱର – ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୩୧୪୦ କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୪୬ ଜଣଙ୍କ ମଧ୍ୟରୁ ୧୨୭ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୯ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୭ ଟି ଜିଲ୍ଲାରୁ ହୋଇଥିବା ବେଳେ ପଶ୍ଚିମ ବଙ୍ଗରେ ବାତ୍ୟା ବେଳେ ପୁନରୁଦ୍ଧାର କାମ କରିବାକୁ ଯାଇଥିବା ୬୧ ଜଣ ଏନଡିଆରଏଫ ଓ ଓଡ୍ରାଫ ଜବାନ କରୋନା ପଜିଟିଭ ହୋଇଥିବା ଜଣା ପଡିଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଜଗତସିଂହପୁର ଜିଲ୍ଲାରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦୁଝର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ମଧ୍ୟ ଦୁଇ ଜଣ ଓ ମାଲକାନାଗିରି ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଖୋର୍ଧା ଜିଲ୍ଲାରେ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ ଜିଲ୍ଲାରେ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିା ଯାଜପୁର ଜିଲ୍ଲାରେ ଜଣେ, ମୟୁରଭଂଜ ଜିଲ୍ଲାରେ ୩ ଜଣ, ଢେଙ୍କାନାଳ ଜିଲ୍ଲାରେ ଜଣେ ଓ କଳାହାଣ୍ଡି ଜିଲ୍ଲାରେ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରେ ୨ ଜଣ, ଗଂଜାମ ଜିଲ୍ଲାରେ ୧୮ ଜଣ, ଦେବଗଡ ଜିଲ୍ଲାରେ ୫ ଜଣ. ଇଲାଙ୍ଗୀର ଜିଲ୍ଲାରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ ଜିଲ୍ଲାରେ ୭ ଜଣ, କେନ୍ଦ୍ରାପଡା ଜିଲ୍ଲାରେ ୨ ଜଣ, ବାଲେଶ୍ୱର ଜିଲ୍ଲାରେ ୭ ଜଣ ଆକ୍ରାନ୍ତ ହୋଇଛନ୍ତି ।
ସେହିପରି ଅମ୍ଫାନ ଡ୍ୟୁଟି କରିବାକୁ ପଶ୍ଚିମବଙ୍ଗ ଯାଇଥିବା ୬୧ ଜଣ ଜବାନ କୋରୋନାରେ ସଂକ୍ରମିତ ହୋଇଥିବା ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।