-
ଓଡ଼ିଶା ରାଜନୈତିକ କ୍ଷେତ୍ର ପାଇଁ ଅପୂରଣୀୟ କ୍ଷତି – ଧର୍ମେନ୍ଦ୍ର ପ୍ରଧାନ
-
ସ୍ୱର୍ଗତ ସେଠୀ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନକୁ ଦୀର୍ଘ ବର୍ଷ ଧରି ପ୍ରଭାବିତ କରିଥିଲେ
ଭୁବନେଶ୍ୱର – ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଶୋକ ବାର୍ତ୍ତାରେ କହିଛନ୍ତି ଯେ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନକୁ ଦୀର୍ଘ ବର୍ଷ ଧରି ପ୍ରଭାବିତ କରିଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ସେ ୮ ଥର ସାଂସଦ ଓ ୨ ଥର ବିଧାୟକ ଥିଲେ ।
ଶ୍ରୀ ସେଠୀଙ୍କ ବିୟୋଗ ଓଡ଼ିଶା ରାଜନୈତିକ କ୍ଷେତ୍ର ପାଇଁ ଏକ ଅପୂରଣୀୟ କ୍ଷତି । ଅମରଆତ୍ମାର ସଦଗତି କାମନା କରିବା ସହ ପରିବାର ବର୍ଗକୁ ସାନ୍ତ୍ୱନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାରକୁ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ।