ଭୁବନେଶ୍ୱର– ରାଜ୍ୟରେ ଆଉ ୧୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୩୨୫୦ କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୧୦ ଜଣଙ୍କ ମଧ୍ୟରୁ ୯୭ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୩ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୭ ଟି ଜିଲ୍ଲାର ବୋଲି ଜଣା ପଡିଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଜଗତସିଂହପୁର ଜିଲ୍ଲାରୁ ୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ରାୟଗଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୦ ଜଣ ଓ ଝାରସୁଗୁଡା ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଖୋର୍ଧା ଜିଲ୍ଲାରେ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ ଜିଲ୍ଲାରେ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିା ବରଗଡ ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତ ଚିହ୍ମଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୧୧ ଜଣ ଓ ବଲାଙ୍ଗିର ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଭାବେ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ମୟୁରଭଂଜ ଜିଲ୍ଲାରୁ ୪ ଜଣ, କୋରାପୁଟ ଓ ବୌଦ୍ଧ ଜିଲ୍ଲାରୁ ଜଣେ – ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।