ଭୁବନେଶ୍ୱର– ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୩୩୮୬ କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୩୬ ଜଣଙ୍କ ମଧ୍ୟରୁ ୧୩୪ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୪ ଟି ଜିଲ୍ଲାର ହୋଇଥିବା ବେଲେ ଏମାନଙ୍କ ବାଦ । ଏନଡିଆରଏଫ, ଓଡ୍ରାଉ ଓ ଅଗ୍ନିଶମ ବିଭାଗର ୫୪ ଜଣ କର୍ମଚାରୀ ମଧ୍ୟ ରହିଥିବା ବୋଲି ଜଣା ପଡିଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲାରୁ ୮ ଜଣ, ଝାରସୁଗୁଡା ଜିଲ୍ଲାର ୪ ଜଣ, ଖୋର୍ଧା ଜିଲ୍ଲାର ୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ତଥା କଟକ ଜିଲ୍ଲାରୁ ୭ ଜଣ କରୋନା ଆକ୍ରାନ୍ତ ରହିଛନ୍ତି । ସେହିପରି ଭାବେ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଭାବେ ଗଜପତି ଜିଲ୍ଲାରୁ ୭ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କଳାହାଣ୍ଡି ଜିଲ୍ଲାରୁ ୨ ଜଣ, ଗଂଜାମ ଜିଲ୍ଲାରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୩ ଜଣ, ମୟୁରଭଂଜ ଜିଲ୍ଲାରୁ ୯ ଜଣ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁର ଜିଲ୍ଲାରୁ ଜଣେ ତଥା ନଡିଆରଏଫ, ଓଡ୍ରାଉ ଓ ଅଗ୍ନିଶମ ବିଭାଗର ୫୪ ଜଣ ଜବାନ କରୋନା ଆକ୍ରାନ୍ତ ହୋଇଥିବା ଜଣା ପଡିଛି ।