

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାର ୨ ଜଣ, ଖୋର୍ଧା ଜିଲ୍ଲାରୁ ୮ ଜଣ, ମାଲକାନଗିରି ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ ତଥା ଅନୁଗୁଳ ଜିିଲ୍ଲାରୁ ୬ ଜଣ କରୋନା ଆକ୍ରାନ୍ତ ରହିଛନ୍ତି ।
ସେହିପରି ଦେବଗଡ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୩ ଜଣ, ଗଂଜାମ ଜିଲ୍ଲାରୁ ୬ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସମ୍ବଲପୁର ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ ଜଣ, ମୟୁରଭଂଜ ଜିଲ୍ଲାରୁ ୭ ଜଣ, ବାଲେଶ୍ୱର ଜିଲ୍ଲାରୁ ୫ ଜଣ ଓ ନୟାଗଡ ଜିଲ୍ଲାରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବିଭାଗର ୨୧ ଜଣ ଜବାନ କରୋନା ଆକ୍ରାନ୍ତ ହୋଇଥିବା ଜଣା ପଡିଛି ।