
ଭୁବନେଶ୍ୱର – ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୩୪୯୮ କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୧୨ ଜଣଙ୍କ ମଧ୍ୟରୁ ୧୦୭ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ବେଲେ ଏମାନଙ୍କ ବାଦ । ଏନଡିଆରଏଫ, ଓଡ୍ରାଉ ଓ ଅଗ୍ନିଶମ ବିଭାଗର ୨୧ ଜଣ କର୍ମଚାରୀ ମଧ୍ୟ ରହିଥିବା ବୋଲି ଜଣା ପଡିଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାର ୨ ଜଣ, ଖୋର୍ଧା ଜିଲ୍ଲାରୁ ୮ ଜଣ, ମାଲକାନଗିରି ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ ତଥା ଅନୁଗୁଳ ଜିିଲ୍ଲାରୁ ୬ ଜଣ କରୋନା ଆକ୍ରାନ୍ତ ରହିଛନ୍ତି ।
ସେହିପରି ଦେବଗଡ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୩ ଜଣ, ଗଂଜାମ ଜିଲ୍ଲାରୁ ୬ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସମ୍ବଲପୁର ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ ଜଣ, ମୟୁରଭଂଜ ଜିଲ୍ଲାରୁ ୭ ଜଣ, ବାଲେଶ୍ୱର ଜିଲ୍ଲାରୁ ୫ ଜଣ ଓ ନୟାଗଡ ଜିଲ୍ଲାରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବିଭାଗର ୨୧ ଜଣ ଜବାନ କରୋନା ଆକ୍ରାନ୍ତ ହୋଇଥିବା ଜଣା ପଡିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO