-
କଟକ ଜିଲ୍ଲାରୁ ସର୍ବାଧିକ ୯୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର – ରାଜ୍ୟରେ ଆଉ ୨୨୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୩୭୨୩ କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୨୨୫ ଜଣଙ୍କ ମଧ୍ୟରୁ ୧୯୬ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୬ ଟି ବୋଲି ଜଣା ପଡିଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ କଟକ ଜିଲ୍ଲାରୁ ସବୁଠାରୁ ଅଧିକ ୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିା ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ଖୋର୍ଧା ଜିଲ୍ଲାରୁ ୧୯ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ ଓ ଢେଙ୍କାନାଳ ଜିଲ୍ଲାରୁ ମଧ୍ୟ ୭ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି । ସେହିପରି ଭାବେ ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତିା ଗଂଜାମ ଜିଲ୍ଲାରୁ ୨୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ ଓ ମୟୁରଭଂଜ ଜିଲ୍ଲାରୁ ୯ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତିା
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO