ଭୁବନେଶ୍ୱର – ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଗଂଜାମ ଜିଲ୍ଲାର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋବିଡ ହସପିଟାଲରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସେ ଡାଇବେଟିସ, ଉଚ୍ଚ ରକ୍ତଚାର ଓ କିଡନୀ ରୋଗରେ ପୀଡିତ ଥିଲେ । ଏହା ସହ ରାଜ୍ୟରେ କରୋନା କାରଣରୁ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୧ ହୋଇଛି ।