ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୧୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୩୯୦୯ କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୮୬ ଜଣଙ୍କ ମଧ୍ୟରୁ ୧୭୧ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୫ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୦ ଟି ଜିଲ୍ଲାର ହୋଇଥିବା ବେଳେ ପଶ୍ଚିମ ବଙ୍ଗରେ ଅମ୍ଫାନ ଡ୍ୟୁଟିରେ ଯାଇଥିବା ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବିଭାଗର ୧୩ ଜଣ ଜବାନ ମଧ୍ୟ ରହିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା ଜିଲ୍ଲାରୁ ୨୧ ଜଣ, ଝାରସୁୁଗୁଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ ଜଣ ରହିଛନ୍ତି । ସେହିପରି ଯାଜପୁର ଜିଲ୍ଲାରୁ ୧୨ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୫ ଜଣ, ବରଗଡ ଜିଲ୍ଲାରୁ ୧୬ ଜଣ, କନ୍ଧମାଳ ଜିିଲ୍ଲାରୁ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଳାହାଣ୍ଡି ଜିଲ୍ଲାରୁ ୧୬ ଜଣ, ଗଂଜାମ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ମୟୁରଭଂଜ ଜିଲ୍ଲାରୁ ୧୩ ଜଣ ତଥା କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି ଭାବେ ପଶ୍ଚିମ ବଙ୍ଗରେ ଅମ୍ଫାନ ଡ୍ୟୁଟିରେ ଯାଇଥିବା ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବିଭାଗର ୧୩ ଜଣ ଜବାନ ମଧ୍ୟ କୋରୋନା ଆକ୍ରାନ୍ତ ହୋଇଛନ୍ତି ।