ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୧୦୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୪୧୬୩ କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୦୮ ଜଣଙ୍କ ମଧ୍ୟରୁ ୯୫ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୩ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୫ ଟି ଜିଲ୍ଲାର ହୋଇଥିବା ବେଳେ ପଶ୍ଚିମ ବଙ୍ଗରେ ଅମ୍ଫାନ ଡ୍ୟୁଟିରେ ଯାଇଥିବା ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବିଭାଗର ୧୬ ଜଣ ଜବାନ ଆଜି କରୋନା ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଆଜି ମାଲକାନଗିରି ଜିଲ୍ଲାରୁ ସର୍ବାଧିକ ୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଭାବେ କେନ୍ଦୁଝର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୭, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଭାବେ କଟକ, କଳାହାଣ୍ଡି , ବଲାଙ୍ଗୀର, ବରଗଡ଼, ଓ ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ, ବାଲେଶ୍ୱର ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୯, ଗଞ୍ଜାମ ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୧୫, ଗଜପତି ଜିଲ୍ଲାରୁ ୭ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।