ଭୁବନେଶ୍ୱର– ରାଜ୍ୟରେ ଆଜି ଆଉ ୧୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୪୩୩୮ କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୭୫ ଜଣଙ୍କ ମଧ୍ୟରୁ ୧୪୫ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୩୦ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୫ ଟି ଜିଲ୍ଲାର ହୋଇଥିବା ବେଳେ ପଶ୍ଚିମ ବଙ୍ଗରେ ଅମ୍ଫାନ ଡ୍ୟୁଟିରେ ଯାଇଥିବା ଅଗ୍ନିଶମ ବିଭାଗର ୨୧ ଜଣ ଜବାନ ଆଜି କରୋନା ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଭାବେ ମୟୁରଭଂଜ ଜିଲ୍ଲାରୁ ୫ ଜଣ, ଖୋର୍ଧା ଜିଲ୍ଲାରୁ ୨୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ. କଟକ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୭ ଜଣ ଚିହ୍ନଟ ହୋଇଛନ୍ତି ।
ସେହିପରି ଝାରସୁଗୁଡାରୁ ଜଣେ, ବାଲେଶ୍ୱରରୁ ୬ ଜଣ, କେନ୍ଦ୍ରାପଡାରୁ ଜଣେ, ନୂଆପଡାରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ୭ ଜଣ, ବରଗଡ ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୫୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ ଜଣ ଓ ଗଂଜାମ ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।