ଭୁବନେଶ୍ୱର– ଲଦାଖର ଗଲ୍ୱାନ୍ ଉପତ୍ୟକାରେ ଭାରତ-ଚୀନ ସେନା ମୁହାଁମୁହିଁ ଘଟଣାରେ ୨୦ ଜଣ ଭାରତୀୟ ଜବାନ ଶହୀଦ ହୋଇଥିବା ବେଳେ ଦୁଇ ଜଣ ଓଡିଆ ଜବାନ ମଧ୍ୟ ପ୍ରାଣବଳୀ ଦେଇଛନ୍ତି । ଜଣେ ଯବାନଙ୍କ ଘର ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଓ ଅନ୍ୟଜଣେ କନ୍ଧମାଳ ଜିଲ୍ଲା ରାଇକିଆ ଅଂଚଳର ବୋଲି ସୂଚନା ମିଳିଛି ।
ସୂଚନା ଅନୁସାରେ, ସହିଦ ଯବାନ ନନ୍ଦୁରାମ ସୋରେନ୍ଙ୍କ ଘର ରାଇରଙ୍ଗପୁର ବିଜାତଳା ବ୍ଲକ୍ ଅନ୍ତର୍ଗତ ଚମ୍ପାରଦା ଗାଁରେ ଏବଂ କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ ଅନ୍ତର୍ଗତ ବିଅରପାଙ୍ଗା ଗାଁର ହେଉଛନ୍ତି ଚନ୍ଦ୍ରକାନ୍ତ ପ୍ରଧାନ(୨୮) ।
ଉଲ୍ଲେଖନୀୟ ଯେ ୬ ବର୍ଷ ତଳେ ଚନ୍ଦ୍ରକାନ୍ତ ଭାରତୀୟ ସେନାରେ ଯୋଗ ଦେଇଥିଲେ । ବିହାର ୧୬-ରେଜିମେଂଟରେ ସେ ଯୋଗ ଦେଇଥିଲେ । ଦୁଇ ବର୍ଷ ପୂର୍ବେ ସେ ଲଦାଖରେ ଡ୍ୟୁଟି କରୁଥିଲେ ।