ନୂଆଦିଲ୍ଲୀ – ଗତ ୨୪ଘଂଟାରେ ଦେଶରେ କୋରୋନା କାରଣରୁ ମୋଟ ୨୦୦୩ ମୃତ୍ୟୁ ଘଟିଛି । ଅହି ସମୟ ମଧ୍ୟରେ ୧୦୯୭୪ ନୂଆ ମାମଲା ସାମନାକୁ ଆସିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆ ଯାଇଛି ।
ଜୁନ୍ ୧୭ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୩୫୪୦୬୫ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୫୫୨୨୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୧୧୯୦୩ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୫୨୨୭ ରହିଛି ।