

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଜପତି ଜିଲ୍ଲାରୁ ୪୭ ଜଣ, ଗଂଜାମ ଜିଲ୍ଲାରୁ ୪୦ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ପଶ୍ଚିମ ବଙ୍ଗର ଅମ୍ଫାନ ଡ୍ୟୁଟିରୁ ଫେରିଥିବା ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବିଭାଗର ୪୨ ଜଣ କରୋନା ଆକ୍ରାନ୍ତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସେହିପରି ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୫ ଜଣ, ଯାଜପୁର ଜିଲ୍ଲାରୁ ୨୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ ଜଣ, କଟକ ଜିଲ୍ଲାରେ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ବରଗଡ ଜିଲ୍ଲାରୁ ୧୪ ଜଣ, କନ୍ଧମାଳ ଜିଲ୍ଲାରୁ ୧୨ ଜଣ, ଭଦ୍ରକ ଜିଲ୍ଲାରୁ ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଭାବେ ମୟୁରଭଂଜ ଜିଲ୍ଲାରୁ ୬ ଜଣ, କେନ୍ଦ୍ରାପଡା ଓ ଖୋର୍ଧା ଜିଲ୍ଲାରୁ ୫-୫ ଜଣ, କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୋନପୁର ଜିଲ୍ଲାରୁ ୪ ଜଣ, ନୟାଗଡ ଓ ପୁରୀ ଜିଲ୍ଲାରୁ ୩-୩ ଜଣ ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରୁ ୨-୨ ଜଣ, , ବଲାଙ୍ଗୀର, ଢେଙ୍କାନାଳ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ- ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।