
ଭୁବନେଶ୍ୱର– ରାଜ୍ୟରେ ଆଜି ଆଉ ୩୦୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୧୬୦ କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୩୦୪ ଜଣଙ୍କ ମଧ୍ୟରୁ ୨୭୨ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୩୨ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଏହା ବ୍ୟତୀତ ପଶ୍ଚିମ ବଙ୍ଗର ଅମ୍ଫାନ ଡ୍ୟୁଟିରୁ ଫେରିଥିବା ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବିଭାଗର ୪୨ ଜଣ ଜବାନ କରୋନା ଆକ୍ରାନ୍ତ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଜପତି ଜିଲ୍ଲାରୁ ୪୭ ଜଣ, ଗଂଜାମ ଜିଲ୍ଲାରୁ ୪୦ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ପଶ୍ଚିମ ବଙ୍ଗର ଅମ୍ଫାନ ଡ୍ୟୁଟିରୁ ଫେରିଥିବା ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବିଭାଗର ୪୨ ଜଣ କରୋନା ଆକ୍ରାନ୍ତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସେହିପରି ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୫ ଜଣ, ଯାଜପୁର ଜିଲ୍ଲାରୁ ୨୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ ଜଣ, କଟକ ଜିଲ୍ଲାରେ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ବରଗଡ ଜିଲ୍ଲାରୁ ୧୪ ଜଣ, କନ୍ଧମାଳ ଜିଲ୍ଲାରୁ ୧୨ ଜଣ, ଭଦ୍ରକ ଜିଲ୍ଲାରୁ ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଭାବେ ମୟୁରଭଂଜ ଜିଲ୍ଲାରୁ ୬ ଜଣ, କେନ୍ଦ୍ରାପଡା ଓ ଖୋର୍ଧା ଜିଲ୍ଲାରୁ ୫-୫ ଜଣ, କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୋନପୁର ଜିଲ୍ଲାରୁ ୪ ଜଣ, ନୟାଗଡ ଓ ପୁରୀ ଜିଲ୍ଲାରୁ ୩-୩ ଜଣ ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରୁ ୨-୨ ଜଣ, , ବଲାଙ୍ଗୀର, ଢେଙ୍କାନାଳ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ- ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO