
ସୁନ୍ଦରଗଡ଼– ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଜାମପାଲି କୁରମୁର ନିକଟରେ ବାଇକ୍ କୁ ପିଟିଲା ମାଲବାହି ଟ୍ରକ୍ । ଫଳରେ ଆଜି ଜଣକର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଆହତ ମାନଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତି କରାଯାଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।