ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୧୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୩୦୩ କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୪୩ ଜଣଙ୍କ ମଧ୍ୟରୁ ୧୩୭ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଏହା ବ୍ୟତୀତ ପଶ୍ଚିମ ବଙ୍ଗର ଅମ୍ଫାନ ଡ୍ୟୁଟିରୁ ଫେରିଥିବା ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବିଭାଗର ୨ ଜଣ ଜବାନ କରୋନା ଆକ୍ରାନ୍ତ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସବୁଠାରୁ ଅଧିକ ଗଂଜାମ ଜିଲ୍ଲାରୁ ୩୨ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରୁ ୧୬ ଜଣ, ନୟାଗଡ ଓ ବାଲେଶ୍ୱର ଜିଲ୍ଲାରୁ ୧୩-୧୩ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି । ସେହିପରି କଟକ ଜିଲ୍ଲାରୁ ୨୦ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଅନୁଗୁଳ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୬ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି । କେନ୍ଦୁଝର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟହୋଇଛନ୍ତି । ସେହିପରି ବରଗଡ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ ଓ ସମ୍ବଲପୁର ଜିଲ୍ଲାରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବିଭାଗ ପକ୍ଷରୁ କୁହା ଯାଇଛି ।
ସେହିପରି ପଶ୍ଚିମ ବଙ୍ଗର ଅମ୍ଫାନ ଡ୍ୟୁଟିରୁ ଫେରିଥିବା ୨ ଜଣ ଏନଡିଆରଏଫ ଜବାନ କରୋନା ଆକ୍ରାନ୍ତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।