


ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୪୧ ପଜିଟିଭ ଚିହ୍ନଟ ହୋଇ ଛନ୍ତି । ସେହିପରି
ରାୟଗଡ଼ା ଜିଲ୍ଲାରୁ ୫, ଯାଜପୁର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨, ବାଲେଶ୍ୱର ଜିଲ୍ଲାରୁ ୧୩, ଜଗତସିଂହପୁର ଜିଲ୍ଲାରୁ ୧୯, କଟକ ଜିଲ୍ଲାରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
,ସେହି ପରି ଢେଙ୍କାନାଳ ଜିଲ୍ଲାରୁ ୯, ବରଗଡ଼ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୩୦ , ପୁରୀ ଜିଲ୍ଲାରୁ ୧, ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ବଲାଙ୍ଗୀର ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୧୪ ଡଣ କୋରାପୁଟ ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ୩ ଜଣ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ଜଣ ଚିହ୍ନଟ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।