
ଭୁବନେଶ୍ୱର- ରାଜ୍ୟରେ ଆଜି ଆଉ ୧୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୪୭୦ କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୬୭ ଜଣଙ୍କ ମଧ୍ୟରୁ ୧୫୦ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୭ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୪୧ ପଜିଟିଭ ଚିହ୍ନଟ ହୋଇ ଛନ୍ତି । ସେହିପରି
ରାୟଗଡ଼ା ଜିଲ୍ଲାରୁ ୫, ଯାଜପୁର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨, ବାଲେଶ୍ୱର ଜିଲ୍ଲାରୁ ୧୩, ଜଗତସିଂହପୁର ଜିଲ୍ଲାରୁ ୧୯, କଟକ ଜିଲ୍ଲାରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
,ସେହି ପରି ଢେଙ୍କାନାଳ ଜିଲ୍ଲାରୁ ୯, ବରଗଡ଼ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୩୦ , ପୁରୀ ଜିଲ୍ଲାରୁ ୧, ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ବଲାଙ୍ଗୀର ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୧୪ ଡଣ କୋରାପୁଟ ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ୩ ଜଣ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ଜଣ ଚିହ୍ନଟ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO