
ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୨୮୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୭୫୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୨୮୨ ଜଣଙ୍କ ମଧ୍ୟରୁ ୨୫୬ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨୬ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେହିପରି ଏନଡିଆରଏଫର ୮ଜଣ ଜବାନ ମଧ୍ୟ ଆକ୍ରାନ୍ତ ହୋଇଥିବା ଜଣା ପଡିଛି ।
ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରୁ ୨୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୪ ଜଣ ଓ ଯାଜପୁର ଜିଲ୍ଲାରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ପୁରୀ ଜିଲ୍ଲାରୁ ୯ ଜଣ, ଅନୁଗୁଳ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ୧୭ ଜଣ, ଗଂଜାମ ଜିଲ୍ଲାରୁ ୭୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ବଲାଙ୍ଗିର ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ମୟୁରଭଂଜ ଜିଲ୍ଲାରୁ ୬ ଜଣ କୋରାପୁଟ ଓ ନୟାଗଡ ଜିଲ୍ଲାରୁ ଜଣେ ଜଣେ କରୋନାଅ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ପଶ୍ଚିମ ବଙ୍ଗର ଅମ୍ଫାନ ଡ୍ୟୁଟି ସାରି ଫେରିଥିବା ଏନଡିଆରଏଫର ୮ ଜଣ ଜବାନ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO