
ଭୁବନେଶ୍ୱର – ରାଜ୍ୟରେ ଆଜି ଆଉ ୨୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୯୬୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୨୧୦ ଜଣଙ୍କ ମଧ୍ୟରୁ ୧୭୪ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୩୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେହିପରି ଏନଡିଆରଏଫର ୬ଜଣ ଜବାନ ମଧ୍ୟ ଆକ୍ରାନ୍ତ ହୋଇଥିବା ଜଣା ପଡିଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗଂଜାମ ଜିଲ୍ଲାରେ ସବୁଠାରୁ ଅଧିକ ୫୮ଟି ନୂଆ ମାମଲା ସାମନାକୁ ଆସିଛି । ସେହିପରି ଖୋର୍ଧା ଜିଲ୍ଲାରେ ୪୭, କେନ୍ଦୁଝର ଜିଲ୍ଲାରେ ୫, ଦେବଗଡ ଜିଲ୍ଲାରେ ୧, ନବରଂଗପୁର ଜିଲ୍ଲାରେ ୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ନୟାଗଡ ଜିଲ୍ଲାରେ ୩, କଟକ ଜିଲ୍ଲାରେ ୫, ବାଲେଶ୍ୱର ଜିଲ୍ଲାରେ ୨, ଢେଙ୍କାନାଳ ଜିଲ୍ଲାରେ ୭, ଯାଜପୁର ଜିଲ୍ଲାରେ ୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ପୁରୀ ଜିଲ୍ଲାରେ ୮, ଗଜପତି ଜିଲ୍ଲାରେ ୨୯, ସୁନ୍ଦରଗଡ ଜିଲ୍ଲାରେ ୬, କେନ୍ଦ୍ରାପଡା ଜିଲ୍ଲାରେ ୩, ସମ୍ବଲପୁର ଜିଲ୍ଲାରେ ୧ ଓ ବଲାଙ୍ଗୀର ଜିଲ୍ଲାରେ ୧୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୟୁରଭଂଜ ଜିଲ୍ଲାରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପଶ୍ଚିମ ବଙ୍ଗର ଅମ୍ଫାନ ଡ୍ୟୁଟି ସାରି ଫେରିଥିବା ଏନଡିଆରଏଫର ୬ ଜଣ ଜବାନ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO